Weather Report: ବଙ୍ଗୋପସାଗରରେ ସିରିଜ୍ ଲଘୁଚାପ, ଦୁଇଦିନ ଧରି ପ୍ରବଳ ବର୍ଷା ଆଶଙ୍କା

Fri, 02 Aug 2024-3:39 pm,

ବଙ୍ଗୋପସାଗରରେ ପଛକୁ ପଛ ଲଘୁଚାପ । ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ବେଳେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ଘୂର୍ଣ୍ଣିବଳୟ ଏବଂ ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଏହାର ପ୍ରଭାବରେ ଗତ ୨୪ ଘଣ୍ଟାରେ ଓଡ଼ିଶାରେ ବର୍ଷା ହୋଇଛି । ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ । କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତର ଓଡ଼ିଶାରେ ବେଶୀ ବର୍ଷା ହୋଇନାହିଁ । ସେଠାରେ ବେଶୀ ବର୍ଷା ହେଲେ ବନ୍ୟା ସୃଷ୍ଟି ହେବାର ସମ୍ଭାବନା କମ୍ ରହିଛି ବୋଲି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link