Weather Report: ୩୬ ଘଣ୍ଟାରେ ଅବପାତର ରୂପ ନେବ ଲଘୁଚାପ, ୪ ଜିଲ୍ଲାରେ ପ୍ରବଳ ବର୍ଷିବ

Rashmita Sahoo Aug 30, 2024, 15:13 PM IST

ଭୁବନେଶ୍ୱର: ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା । ଏହା ଏବେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରୁଛି । ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଉତ୍ତର ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଉପକୂଳ ମୁହାଁ ହେବ । ଆସନ୍ତା ୩୬ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବ। ଏହାର ପ୍ରଭାବରେ ଆଜି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୩ଜିଲ୍ଲା ମାଲକାନଗିରି, କୋରାପୁଟ ଓ ଗଜପତିକୁ ରେଡ ୱାର୍ଣ୍ଣିଂ ଜାରି ହୋଇଛି।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link