Weather Report: ଦୁର୍ଗା ପୂଜାରେ ବର୍ଷା! ଏହି ୧୨ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ
ଭଲରେ କଟିବ ଦୂର୍ଗା ପୂଜା। କାରଣ ପାଣିପାଗ ବିଭାଗର ସୂଚନା ଅନୁସାରେ ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର କୌଣସି ଜିଲ୍ଲାକୁ ସେମିତି ବଡ଼ ବର୍ଷା ନାହିଁ। ବଙ୍ଗୋପସାଗର ରେ ସୃଷ୍ଟି ହୋଇଥିବା ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ ନଥିବାରୁ ଏଭଳି ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର। ଉତ୍ତର ବଙ୍ଗୋପସାଗରରେ ଏବଂ ତାର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲେ ସୁଦ୍ଧା ଏହାର ପ୍ରଭାବ ଅଧିକ ରହିବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ମାତ୍ର ଲଘୁଚାପ ପ୍ରଭାବରେ ଆଗାମୀ କିଛି ଦିନ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟରେ କାଁ-ଭାଁ ସ୍ଥାନରେ ବର୍ଷା ରହିବ।