Odisha Weather: ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ଆଗାମୀ ୪ ଦିନ ରାଜ୍ୟରେ ପ୍ରବଳ ବର୍ଷା

Sun, 07 Jul 2024-7:39 pm,

ସକ୍ରିୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ଆଜି ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ଏହି ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଆସନ୍ତାକାଲି ମାଲକାନାଗିରି, କୋରାପୁଟରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବା ବେଳେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ,ଗଞ୍ଜାମ,ଗଜପତି, ପୁରୀ, ଖୋର୍ଦ୍ଧା, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳରେ ପ୍ରବଳ ବର୍ଷାର ଆକଳନ କରିଛି ପାଣିପାଗ ବିଭାଗ। ଯାହାକୁ ନେଇ ୟଲୋ ଓ୍ବାର୍ଣ୍ଣିଙ୍ଗ ଜାରି କରାଯାଇଛି।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link