Odisha Weather: ଗଭୀର ଅବପାତର ରୂପ ନେବ ଲଘୁଚାପ, ୧୧ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷିବ

Rashmita Sahoo Sun, 08 Sep 2024-2:52 pm,

Odisha Weather Today: ଆଉ ୨୪ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବ ଲଘୁଚାପ।ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଗାଙ୍ଗେଟିକ୍ ପଶ୍ଚିମବଙ୍ଗ ଉପକୂଳ ରେ ହେବ ଅବପାତ।ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ଅବପାତ।ଗାଙ୍ଗେଟିକ୍ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା, ଝାଡଖଣ୍ଡ ଦେଇ ଛତିଶଗଡ଼ ମୁହାଁ ହେବ।ପ୍ରଭାବରେ ୧୦ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାକୁ ଯାଉଛି । ତେବେ ଏହାର ପ୍ରଭାବରେ ସମସ୍ତ ଉପକୂଳ ଜିଲ୍ଲାମାନଙ୍କରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା। ବିଶେଷକରି ପୁରୀ, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡା, ଖୋର୍ଦ୍ଧା, କଟକ ଏବଂ ଯାଜପୁର ଜିଲ୍ଲାର କିଛି ଅଞ୍ଚଳରେ ବର୍ଷା ହେବ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link