Weather Report: ୩୧ରୁ ପୁଣି ରାଜ୍ୟରେ ବଦଳିବ ପାଗ, ଏହିସବୁ ଜିଲ୍ଲାରେ ହେବ ବର୍ଷା

Mon, 29 Jan 2024-4:00 pm,

ପୁଣି ଭିଜିବ ଓଡିଶା । ୩୧ ତାରିଖରୁ ରାଜ୍ୟରେ ବଦଳିବ ପାଗ । ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟରେ ପୁଣି ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷ କରି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୩୧ ତାରିଖରେ ଝାରସୁଗୁଡା, ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜରେ ହାଲୁକା ବର୍ଷା ନେଇ ଆକଳନ କରାଯାଇଥିବା ବେଳେ ୧ ତାରିଖରେ ବାଲେଶ୍ବର, ସୁନ୍ଦରଗଡ, କେନ୍ଦୁଝର ଏବଂ ମୟୂରଭଞ୍ଜରେ ହାଲୁକା ବର୍ଷା ହେବ ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link