)
Viral Video: ୩ ଫେବୃଆରୀରେ ମହାମହିମ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ ଯାଜପୁର ଗସ୍ତ କରିବେ । ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ଏହା ପୂର୍ବରୁ ପ୍ରଶାସନିକ ସ୍ତରରେ ସମସ୍ତ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ଯାଜପୁର ଆକାଶରେ ବାୟୁସେନା ବିମାନ ଚକ୍କର କାଟୁଥିବା ଦେଖିବାକୁ ମିଳିଛି । ଏହି ଭିଡିଓଟି ସୋସିଆଲ୍ ମିଡିଆରେ ଭାଇରାଲ୍ ହେବାରେ ଲାଗିଛି ।