Weather Update: ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା
Tue, 25 Jul 2023-5:46 pm,
Bhubaneswar IMD Director HR Biswas Briefs On Odisha Weather Today । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା ରହିଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରିବା ସହ ଉତ୍ତର-ଆନ୍ଧ୍ରପ୍ରଦେଶ ଦକ୍ଷିଣ ଓଡିଶା ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି।ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୨୬ ଜୁଲାଇ, ବୁଧବାର ଅପରାହ୍ନ ମଧ୍ୟରେ ଓଡ଼ିଶାର ୪ ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା।