Weather Update: ୧୦ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ଆଶଙ୍କା
Aug 07, 2023, 20:00 PM IST
ମୌସୁମୀ ନିମ୍ନ ଚାପ-ରେଖା ଆଜି (ସୋମବାର) ତାର ସାଧାରଣ ଅବସ୍ଥାନ ଠାରୁ ଉତ୍ତରରେ ପଞ୍ଜାବର ଅମୃତସର ଠାରୁ ବାହାରି କର୍ଣ୍ଣଲ, ବରେଲୀ, ଗୋରଖପୁର, ଭାଗଲପୁର ମଧ୍ୟ ଦେଇ ପଶ୍ଚିମବଙ୍ଗର ମାଲଦାରୁ ପୂର୍ବ ଦିଗରେ ମଣିପୁର ଯାଏଁ ଲମ୍ବିଛି। ଏହାର ପ୍ରଭାବରେ ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ନେଇ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।