Weather Update: ୨୪ ଘଣ୍ଟା ମଧ୍ୟରେ ୨୨ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା, ପାଣିପାଗ ସତର୍କ ସୂଚନା

ରଶ୍ମିତା ସାହୁ Sep 01, 2023, 19:00 PM IST

ସଂପ୍ରତି ଆଜି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ସମୁଦ୍ର ମଧ୍ୟସ୍ଥ ବାୟୁମଣ୍ଡଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଅନ୍ୟପକ୍ଷରେ ସେପ୍ଟେମ୍ବର ୩ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବାୟୁ ଚଳନରେ ପରିବର୍ତ୍ତନ ସମ୍ଭାବନା ରହିଛି। ଫଳ ସ୍ୱରୂପ ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଥିବା ବେଳେ ୪ ତାରିଖ ଠାରୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢିବ ବୋଲି ଆଜି (ଶୁକ୍ରବାର) ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link