Weather Report: ୨୦ ଜିଲ୍ଲାରେ ବଜ୍ରପାତ ସହ ଝଡ଼ବର୍ଷା; ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ରଶ୍ମିତା ସାହୁ Mon, 11 Sep 2023-6:16 pm,

ଆସନ୍ତା ୫ ଦିନ ମଧ୍ୟରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଆସନ୍ତା ଦୁଇ ଦିନ ମଧ୍ୟରେ ବଜ୍ରପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏହି ପରିପ୍ରେକ୍ଷୀରେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ବଜ୍ରପାତ ସମୟରେ ସୁରକ୍ଷିତ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍‌ ୧୨ ସେପ୍ଟେମ୍ବର ମଙ୍ଗଳବାର ଅପରାହ୍ନ ମଧ୍ୟରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା, ଗଜପତି ଜିଲ୍ଲାର ଅଧିକାଂଶ ସ୍ଥାନରେ ଏବଂ ଓଡ଼ିଶାର ବାକି ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link