Weather Report: ବଙ୍ଗୋପସାଗରେ ଲଘୁଚାପ; ୧୫ରୁ ରାଜ୍ୟରେ ପୁଣି ବର୍ଷା

ରଶ୍ମିତା ସାହୁ Mon, 13 Nov 2023-6:00 pm,

ଦକ୍ଷିଣ ଉପକୂଳ ଓଡ଼ିଶରେ ପାଗ ମେଘୁଆ ରହିବା ସହିତ କିଛି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବ । ବିଶେଷ କରି ମାଲକାନଗିରି, କେରାପୁଟ, ରାୟଗଡା, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡାରେ ବର୍ଷା ହେବ । ୧୭ ଓ ୧୮ରେ ସାରା ଓଡ଼ିଶାରେ ମେଘୁଆ ପାଗ ରହିବା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ବର୍ଷା ପରେ ଓଡ଼ିଶାକୁ ପ୍ରବେଶ କରିବା ପୂର୍ବରୁ ଗରମ ଶୁଷ୍କ ପବନ । ଫଳରେ ରାତିର ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହୋଇପାରେ । ଏବେ ଉତର -ପଶ୍ଚିମ ଦିଗରୁ ରାଜ୍ୟକୁ ପ୍ରବେଶ କରୁଛି ଥଣ୍ଡା ଶୁଷ୍କ ପବନ । ପ୍ରଭାବରେ ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିଛି ପାରଦ । ସେପଟେ ସମ୍ଭାବ୍ୟ ବର୍ଷାକୁ ନଜରରେ ରଖି ଚାଷୀଙ୍କୁ ସତର୍କ କରିଛି ପାଣିପାଗ କେନ୍ଦ୍ର । ଅମଳ ଧାନକୁ ସୁରକ୍ଷିତ ସ୍ଥାନକୁ ନେଇଯିବାକୁ ପରାମର୍ଶ ଦିଆଯାଇଛି ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link