Weather Report: ୨୭ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି, ଡିସେମ୍ବର ପହିଲାରୁ ହାଡ଼ଭଙ୍ଗା ଶୀତ !

ରଶ୍ମିତା ସାହୁ Sat, 25 Nov 2023-4:26 pm,

ଆସନ୍ତାକାଲି ଦକ୍ଷିଣ ଆଣ୍ଡାମାନ ସାଗରରେ ଘୁର୍ଣ୍ଣିବଳୟ ସମ୍ଭାବନା । ଏହି ଘୁର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ଆଣ୍ଡାମାନ ସାଗର ପାର୍ଶ୍ବବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପ ସାଗର ଅଞ୍ଚଳରେ ୨୭ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ଧିରେ ଧିରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଆହୁରି ଘନୀଭୂତ ହୋଇ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତ ବା ଡିପ୍ରେସନର ରୂପ ନେବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ଏହାର ପ୍ରଭାବ ଓଡ଼ିଶା ଉପରେ ବିଶେଷ ପଡ଼ିବାର ସମ୍ଭାବନା ନାହିଁ ବୋଲି ପାଣିପାଗ ବିଭାଗ କରିଥିବା ଆକଳନରୁ ଜଣା ପଡ଼ିଛି ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link