Sebayat Scheme: ଜଗନ୍ନାଥ ମନ୍ଦିର ସେବାୟତଙ୍କ କଲ୍ୟାଣ ପାଇଁ ବିଭିନ୍ନ ଯୋଜନା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
Mar 14, 2024, 15:13 PM IST
ଶ୍ରୀ ଜଗନ୍ନାଥ ମନ୍ଦିର ସେବାୟତମାନଙ୍କ କଲ୍ୟାଣ ପାଇଁ ବିଭିନ୍ନ ଯୋଜନା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଆଉ ଏହାକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ।ତେବେ ସ୍ୱାସ୍ଥ୍ୟ ବୀମା ରାଶି ପରିମାଣ ୨ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି
ଗୁରୁତର ରୋଗ କ୍ଷେତ୍ରରେ ଅତିରିକ୍ତ ୫ ଲକ୍ଷ ଟଙ୍କା।ଆଉ ସେବାୟତ ପରିବାରର ଛାତ୍ରଛାତ୍ରୀଙ୍କ ପାଇଁ ବିଭିନ୍ନ ପ୍ରବେଶିକା ପରୀକ୍ଷା ପାଇଁ କୋଚିଂ ବ୍ୟବସ୍ଥା,ପ୍ରତିଥର ପାଇଁ ୫୦ ହଜାର ଟଙ୍କା ସହାୟତା,ସର୍ବାଧିକ ତିନି ଥର ପାଇଁ ଦିଆଯିବ।