Crocodile Attack: ବ୍ରାହ୍ମଣୀ ନଦୀରେ କୁମ୍ଭୀର ଆତଙ୍କ,ଶୌଚ ବେଳେ ଟାଣି ନେଇଗଲା କୁମ୍ଭୀର

Fri, 08 Mar 2024-5:39 pm,

କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ୍ ବ୍ରାହ୍ମଣୀ ନଦୀରେ କୁମ୍ଭୀର ଆତଙ୍କ। ଦକ୍ଷିଣଭେଡା ଗାଁ ର ବାଇଧର ମଳିକ ନଦୀ କୁ ଶୌଚ ହେଉଥିବା ବେଳେ କୁମ୍ଭୀର ଟାଣି ନେଇଥିବା ଅଭିଯୋଗ ହୋଇଛି । ଗ୍ରାମବାସୀ ମାନେ ଡଙ୍ଗା ସାହାଯ୍ୟରେ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି କିନ୍ତୁ ଏପର୍ଯ୍ୟନ୍ତ ବାଇଧର ଙ୍କ ର କୌଣସି ପତ୍ତା ମିଳିନାହିଁ। ଗ୍ରାମବାସୀମାନେ ଭୟଭୀତ ହୋଇପଡିଛନ୍ତି । ଗତବର୍ଷ କୁମ୍ଭୀର ଆକ୍ରମଣରେ କେନ୍ଦ୍ରାପଡ଼ା ଜିଲ୍ଲାରେ ୬ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଚଳିତବର୍ଷ ଏହା ପ୍ରଥମ ଘଟଣା ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link