Train Accident: ପାରାଦୀପରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଇଞ୍ଜିନରୁ ଖସିଗଲା ୧୭ଟି ୱାଗନ

Rashmita Sahoo Mon, 02 Sep 2024-1:13 pm,

Train Accident: ମାଲବାହୀ ଟ୍ରେନ ଲାଇନଚ୍ୟୁତ । ପାରାଦ୍ବୀପ ବାଉରିଆପାଳନ୍ଦାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇଛି । ବନ୍ଦର ଭିତରକୁ ଯାଉଥିବା ବେଳେ ଦୁର୍ଘଟଣା ଘଟିଛି। ଟ୍ରେନର ୧୭ଟି ୱାଗନ ଇଞ୍ଜିନରୁ ଖସି ଯାଇଥିବା ସୂଚନା ମିଳିଛି । ଟ୍ରେନଟି ଲାଇନଚ୍ୟୁତ ହେବା ଯୋଗୁ କୌଣସି କ୍ଷୟକ୍ଷତି ହୋଇନଥିବା ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ପୂର୍ବାହ୍ଣ ୧୧ଟା ସମୟରେ ଟ୍ରେନଟି ମାଲ ଲୋଡିଂ ପାଇଁ ଯାଉଥିବା ବେଳେ ଲାଇନଚ୍ୟୁତ ହୋଇଥିଲା । ଟ୍ରେନର ଗୋଟିଏ ବଗି ଟ୍ରାକରୁ ଖସି ଯାଇଥିଲା । ଅନ୍ୟ ଏକ ବଗି ଟ୍ରାକ ବାହାରକୁ ଆସି ଓଲଟି ପଡ଼ିଥିଲା ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link