Harihar Besha: ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ଅନୁଷ୍ଠିତ, ଭକ୍ତଙ୍କ ପ୍ରବଳ ଗହଳି

ରଶ୍ମିତା ସାହୁ Mon, 20 Nov 2023-11:13 am,

ଆଜି ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ଅନୁଷ୍ଠିତ ହୋଇଛି । ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜିତ କରାଯାଇଛି । ବଡ଼ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଉଥିବାବେଳେ ଏହି ବେଶରେ ହରି ଅର୍ଥାତ ବିଷ୍ଣୁ ଓ ହର ଅର୍ଥାତ ଶିବଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହୋଇଥାଏ। ଏହି ବେଶରେ ବଡ଼ଠାକୁର ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ଦିଶିବା ସହ ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିଛନ୍ତି। କାର୍ତ୍ତିକ ମାସର ଦୀପାବଳି ଅମାବାସ୍ୟାଠାରୁ ଶୁକ୍ଳ ଦଶମୀ ମଧ୍ୟରେ ସୋମବାର ପଡ଼ିଲେ ରତ୍ନସିଂହାସନରେ ଅଧିଷ୍ଟିତ ବଡ଼ଠାକୁରଙ୍କ ବାଡ଼ରେ ହରିହର ବେଶ ହେବାର ବିଧି ରହିଛି। ଚଳିତ ବର୍ଷ ଦୀପାବଳି ଅମାବାସ୍ୟା ପରେ ଆଜି ସୋମବାର ହୋଇଥିବାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜିତ କରାଯାଇଛି । କିନ୍ତୁ ମହାପ୍ରଭୁ ଶ୍ରୀଜଗନ୍ନାଥ ରାଧା ଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link