Weather Report: ରାଜ୍ୟରେ ବଢିଲାଣି ଶୀତ, କୋରାପୁଟରେ ରେକର୍ଡ ହେଲା ୧୧.୨ ଡିଗ୍ରୀ

Sun, 10 Dec 2023-4:39 pm,

ରାଜ୍ୟର ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା ହ୍ରାସ ପାଇଛି। ଗତକାଲି ରାତିରେ କୋରାପୁଟରେ ସବୁଠୁ କମ୍‌ ୧୧.୨ ଡିଗ୍ରୀ ସର୍ବନିମ୍ନ ତାପମାତ୍ରା ରେକର୍ଡ଼ କରାଯାଇଥିଲା। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍‌ରେ କୁହାଯାଇଛି ଯେ ଆଗାମୀ ୭ ଦିନ ଯାଏ ପାଗ ଶୁଖିଲା ରହିବ। ଉତ୍ତର-ପଶ୍ଚିମ ଦିଗରୁ ଶୁଷ୍କ ବାୟୁ ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଥିବାରୁ ଆଗାମୀ ୨ରୁ ୩ ଦିନ ପର୍ଯ୍ୟନ୍ତ ରାତିର ତାପମାତ୍ରା ୨ରୁ ୪ ଡିଗ୍ରୀ ଯାଏଁ ଖସିବ। ଫଳରେ ଆଗାମୀ ଦୁଇରୁ ତିନି ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ଶୀତ ଅନୁଭୂତ ହୋଇପାରେ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link