Jagannath Mahaprabhu: ଶ୍ରୀମନ୍ଦିରରେ ଏକାଦଶୀ ନୀତି , ମହାପ୍ରଭୁଙ୍କ ଦର୍ଶନ କରି ସାନିଧ୍ୟ ଲାଭ କଲେ ଭକ୍ତ..

ପ୍ରିୟମ୍ବଦା ରଣା Mon, 25 Sep 2023-12:39 pm,

Jagannath Mahaprabhu: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପାର୍ଶ୍ୱ ପରିବର୍ତନ ଏକାଦଶୀ ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଆଜି ସକାଳୁ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ଆରମ୍ଭ ହୋଇଛି । ସକାଳ ଧୂପ ଓ ଭୋଗମଣ୍ଡପ ପରେ ଶ୍ରୀବିଗ୍ରହଙ୍କୁ ମହାସ୍ନାନ କରାଯାଇ ନୂଆଲୁଗା ଓ ଚନ୍ଦନ ଲାଗି କରାଯିବ । ସନ୍ଧ୍ୟା ଆଳତୀ ପରେ ଏକାଦଶୀ ବେଢାକୁ ମଦନମୋହନ ବିଜେ କରିବା ପରେ ବେଢା ପରିକ୍ରମା କରି ଅନ୍ୟାନ୍ୟ ନୀତିକାନ୍ତି ବଢିବ । ଆସନ୍ତାକାଲି ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ସହ ଶ୍ରୀନହରରେ ଗଜପତି ମହାରାଜଙ୍କ ସୁନିଆ ଉତ୍ସବ ପାଳନ କରାଯିବ ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link