Weather Report: ତାତିରୁ ମିଳିବ ଟିକିଏ ଆଶ୍ୱସ୍ତି, ୩ ଦିନ ଯାଏଁ ରାଜ୍ୟରେ ଜାରି ରହିବ ହାଲୁକା ବର୍ଷା
Fri, 08 Mar 2024-5:13 pm,
୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ହାଲୁକା ବର୍ଷା । ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକା ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଏଭଳି ପାଗ ଜାରି ରହିବ। ବିଶେଷ କରି ରାଜ୍ୟକୁ ପ୍ରଚୁର ପରିମାଣର ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବାହ ବଢୁଥିବାରୁ କିଛି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବ ବୋଲି ଆକଳନ କରାଯାଇଛି।