Published: Aug 02, 2025, 03:13 PM IST|Updated: Aug 02, 2025, 03:13 PM IST
Odisha News: କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ପିଏମ କିଷାନ ସମ୍ମାନ ନିଧି କାର୍ଯ୍ୟକ୍ରମରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ରାଜ୍ୟର ଚାଷୀ ଭାଇ ଭଉଣୀ ମାନଙ୍କୁ ପି.ଏମ୍ କିଷାନ ସହାୟତା ରାଶିର ୨୦ତମ କିସ୍ତି ପ୍ରଦାନ କରିଛନ୍ତି। ସୂଚନା ଯୋଗ୍ୟ ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ବାରାଣାସୀ ଠାରେ ଉପସ୍ଥିତ ରହି, ପି.ଏମ୍ କିଷାନର କିସ୍ତି ବାବଦରେ ସାରା ଦେଶର ୯.୭ କୋଟି ଚାଷୀଙ୍କୁ ୨୦୦୦ ଟଙ୍କା ଲେଖାଏଁ ହିସାବରେ ସମୁଦାୟ ୨୦ ହଜାର ୫୦୦ କୋଟି ଟଙ୍କା ପ୍ରଦାନ କରିଛନ୍ତି।