Weather Report: ଆସନ୍ତା କାଲି ଘନକୁହୁଡି ପାଇଁ ୧୦ଟି ଜିଲ୍ଲାକୁ ସତର୍କତା ଜାରି

Fri, 02 Feb 2024-7:26 pm,

ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ଘାଣ୍ଟିବ ଘନ କୁହୁଡି। ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘନ କୁହୁଡିର ଆସ୍ତରଣ ନେଇ ସତର୍କତା ଜାରି କରାଯାଇଛି। ଆସନ୍ତା କାଲି ଘନ କୁହୁଡି ପାଇଁ ୧୦ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ ଏବଂ ଝାରସୁଗୁଡାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହିଭଳି ୪ ତାରିଖରେ ଘନ କୁହୁଡି ନେଇ ୬ଟି ଜିଲ୍ଲାକୁ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link