Weather Report: ଲଘୁଚାପ ପ୍ରଭାବରେ ୪ ତାରିଖ ବେଳକୁ ରାଜ୍ୟରେ ବର୍ଷା, ଜାଣନ୍ତୁ ଆଜିର ପାଣିପାଗ ରିପୋର୍ଟ

ପ୍ରିୟମ୍ବଦା ରଣା Thu, 03 Oct 2024-9:28 pm,

Weather Update: ବର୍ଷାରେ ଭିଜିବ ଦଶହରା। ପାଣିପାଗ ବିଭାଗର ତାଜା ସୂଚନା ଅନୁସାରେ, ଦକ୍ଷିଣ ପୂର୍ବ -ବାଲାଂଦେଶ  ଓ ପାଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪ ତାରିଖ ସୁଧା ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଓ ଉତ୍ତର ଓଡିଶା ଉପକୂଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଆଇଏମଡି  ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ଲଘୁଚାପ ପ୍ରଭାବରେ ୪ ତାରିଖ ବେଳକୁ ରାଜ୍ୟରେ ବର୍ଷା ହୋଇପାରେ । ଦଶହରା ପୂର୍ବରୁ ରାଜ୍ୟରେ ବଡ଼ ବର୍ଷା ହେବାର ଆଶଙ୍କା ରହିଥିବା ବିଭାଗ ପକ୍ଷରୁ କୁହାଯାଉଛି। 

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link