Weather Report: ଆଗାମୀ ୪ ଦିନ ରାଜ୍ୟରେ ପ୍ରବଳ ବର୍ଷା, ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

Sat, 27 Jul 2024-5:00 pm,

ଆଗାମୀ ଚାରି ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ଉତ୍ତର ବଙ୍ଗୋପସାଗର ଏବଂ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ ଉତ୍ତର ଓ ଉପକୂଳ ଓଡ଼ିଶାରେ ଭୀଷଣ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚିଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, କନ୍ଧମାଳ, ସୋନପୁର, ବରଗଡ଼, କଟକ ଓ ନୟାଗଡ଼କୁ ୟେଲୋ ଜୋନରେ ରଖିଥିବାରୁ, ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୩୧ ଯାଏଁ ରାଜ୍ୟରେ ଏହିଭଳି ବର୍ଷା ଜାରି ରହିବାର ପୂର୍ବାନୁମାନ କରାଯାଉଥିବାରୁ ମତ୍ସ୍ୟଜୀବୀଙ୍କୁ ବି ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କରାଯାଇଛି ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link