Weather Report: ଆଲର୍ଟ ଜାରି କଲା ପାଣିପାଗ ବିଭାଗ, ଏହି ସବୁ ଜିଲ୍ଲାରେ ବର୍ଷା ଆଶଙ୍କା! ଜାଣନ୍ତୁ ଆଜିର ପାଣିପାଗ ରିପୋର୍ଟ..

ପ୍ରିୟମ୍ବଦା ରଣା Wed, 18 Sep 2024-6:55 pm,

Weather Update: ରାଜ୍ୟରେ ଜାରି ରହିଛି ବର୍ଷା । ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ତାଜା ସୂଚନା ଅନୁସାରେ,  ଆହୁରୀ ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବ। ବିଶେଷକରି, ଉତ୍ତର ଓଡି଼ଶାରେ ଏହାର ପ୍ରଭାବ ଅଧିକ ରହିବ।  କାହିଁକିନା,  ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଗଭୀର ଅବପାତ ପଶ୍ଚିମ- ଉତ୍ତର ଦିଗରେ ଝାଡଖଣ୍ତ ଆଡ଼କୁ ଗତି କରିବ। ଯାହା ଫଳରେ ଆଜି ଏହା କ୍ରମଶଃ ଦୁର୍ବଳ ହୋଇ ଅବପାତରେ ପରିଣତ ହେବ।  ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ।  ଏନେଇ କିଛି ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି। 

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link