Weather Update: କେତେଦିନ ରହିବ ଶୀତ, କେତେଦିନ ଲାଗିରହିବ ଘନ କୁହୁଡ଼ି?

Sun, 07 Jan 2024-6:00 pm,

ରାଜ୍ୟରେ ଜାରି ରହିଛି ଶୀତର ଲହରୀ (cold wave in odisha)। ବର୍ତ୍ତମାନ ରାଜ୍ୟରେ କୌଣସି ନିର୍ଦ୍ଦିଷ୍ଟ ପାଣିପାଗ ପ୍ରଭାବ ନ ଥିବାରୁ ରାଜ୍ୟରେ ଆସନ୍ତା ୬ ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି (Meteorological Centre, Bhubaneswar)। ବାୟୁ ମଣ୍ତଳର ନିମ୍ନ ଭାଗରେ ଜଳୀୟ ବାଷ୍ପର ମାତ୍ରା,ବାୟୁ ଚଳାଚଳରେ ନିଷ୍କ୍ରିୟତା ଓ ନିର୍ମଳ ଆକାଶ ହେତୁ କେତେକାଞ୍ଚଳରେ ଘନ କୁହୁଡି ଦୃଶ୍ୟମାନ ହେଉଛି। ଏହି ଦୃଶ୍ୟମାନ ଦୂରତା ୨୦୦ ମିଟର ରହୁଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ତିନି ଦିନ ଯାଏଁ ବିଭିନ୍ନ ସ୍ଥାନକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଥିବା ପାଣିପାଗ ବିଶେଷଜ୍ଞ ଉମା ଶଙ୍କର ଦାସ ସୂଚନା ଦେଇଛନ୍ତି।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link