Naveen Patnaik: ବଜେଟ ଅଧିବେଶନ ପୂର୍ବରୁ ବିଧାୟକ ଦଳ ବୈଠକରେ ଅଧ୍ୟକ୍ଷତା କରିଥିଲେ ସୁପ୍ରିମୋ ନବୀନ ପଟ୍ଟନାୟକ

Mon, 05 Feb 2024-4:13 pm,

Naveen Patnaik: ଷୋଡ଼ଶ ବିଧାନସଭାର ଶେଷ ଅଧିବେଶନ ଅ‌ାରମ୍ଭ ହୋଇଛି। ଅଧିବେଶନ ଆରମ୍ଭ ପୂର୍ବରୁ ରାଜ୍ୟପାଳଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଥିଲା। ବିଧାନସଭାର ଦିବଙ୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ସହିଦ ଯବାନଙ୍କ ଉଦ୍ଦେଶ୍ୟରେ ଶୋକ ବ୍ୟକ୍ତ କଲେ ରାଜ୍ୟପାଳ ରଘୁବର ଦାସ। ଏହାପରେ ଗୃହରେ ନିଜର ଅଭିଭାଷଣ ରଖିଛନ୍ତି ରାଜ୍ୟପାଳ। ସମସ୍ତ ସଦସ୍ୟଙ୍କୁ ନୂଆବର୍ଷର ଶୁଭେଚ୍ଛା ଓ ଶୁଭକାମନା ଜଣାଇବା ସହ ନିଜ ଅଭିଭାଷଣରେ ରାଜ୍ୟ ସରକାରଙ୍କ ଉପଲବ୍ଧିକୁ ବିଧାନସଭାରେ ରଖିଛନ୍ତି। ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ତଥା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ବିଧାୟକ ଦଳ ବୈଠକକୁ ଅଧ୍ୟକ୍ଷତା କରିଥିଲେ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link