Kalinga Studio: କଳିଙ୍ଗ ଷ୍ଟୁଡିଓକୁ ପୂର୍ଣ୍ଣାଙ୍ଗ ଫିଲ୍ମ ସିଟି କରିବା ପାଇଁ ଚାଲିଛି ପ୍ରସ୍ତୁତି

Kalinga Studio: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଳିଙ୍ଗ ଷ୍ଟୁଡ଼ିଓ ପରିଦର୍ଶନ କରି ଏହାକୁ ଏକ ସ୍ୱୟଂ ସମ୍ପୂର୍ଣ୍ଣ ଅତ୍ୟାଧୁନିକ ଷ୍ଟୁଡ଼ିଓ ଭାବେ ବିକଶିତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏଥିପାଇଁ ଏକ ଡିପିଆର୍‍ ପ୍ରସ୍ତୁତ କରିବା ପାଇଁ ସେ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି । ସୂଚନାଯୋଗ୍ୟ ଯେ, ୧୯୮୦ ମସିହାରେ ସ୍ଥାପିତ ହୋଇଥିବା ଏହି ଷ୍ଟୁଡ଼ିଓ ଏକଦା ଚଳଚ୍ଚିତ୍ର ନିର୍ମାଣ ପାଇଁ ଉନ୍ନତ ଯନ୍ତ୍ରପାତି ସହିତ ପୂର୍ବ ଭାରତର ଏକମାତ୍ର ଷ୍ଟୁଡ଼ିଓ ଭାବେ ଖ୍ୟାତି ଅର୍ଜନ କରିଥିଲା । ସମୟକ୍ରମେ ଆଧୁନିକ ଯନ୍ତ୍ରପାତି ଓ ବୈଷୟିକ ଉପକରଣ ଅଭାବରୁ ଷ୍ଟୁଡ଼ିଓଟିର ଚାହିଦା ହ୍ରାସ ପାଇଥିଲା । ଏହାର ଉନ୍ନତିକରଣ କାର୍ଯ୍ୟ ଜାରି ରହିଛି ।

Recommended Videos