Snana Yatra: ପବିତ୍ର ଦେବସ୍ନାନ ପୂର୍ଣ୍ଣିମା, ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ମହାବାହୁ
Sat, 22 Jun 2024-1:13 pm,
ରତ୍ନ ସିଂହାସନ ଛାଡ଼ି ସ୍ନାନ ବେଦୀରେ ଚତୁର୍ଦ୍ଧାମୂର୍ତ୍ତି। ସ୍ନାନବେଦୀରେ ମଙ୍ଗଳ ଆଳତି, ମଇଲମ, ଅବକାଶ ଓ ତଡ଼ପଲାଗି ନୀତି ଶେଷ ହୋଇଛି। ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ସ୍ନାନ ବେଦୀରେ ଦେଖିବାର ଅପୂର୍ବ ସୁଯୋଗ ପାଇଛନ୍ତି। ସ୍ନାନ ବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରି ଭକ୍ତମାନେ ଭାବବିହ୍ବଳ ହୋଇପଡ଼ିଛନ୍ତି।