Sura Rout Ray Reaction: ଦେଢ ବର୍ଷ ଭିତରେ ୭ ଥର ଆସିଲେଣି ମୋଦୀ...ଖାଲି ପଇସା ବରବାଦ କରୁଛନ୍ତି

Sura Rout Ray: ସେବାପର୍ବ ୨୦୨୫ ପରିପ୍ରେକ୍ଷୀରେ ଝାରସୁଗୁଡାରେ ଆୟୋଜିତ ସେବା ପର୍ବରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଝାରସୁଗୁଡା ଅମଲିପାଲିଠାରେ ଆୟୋଜିତ ସମାବେଶରେ ଯୋଗଦେଇ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ। ଦେଶର ମୋଟ ୬୦ ହଜାର କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଏଥିରେ ରହିଛି। ଦୂରସଞ୍ଚାର, ରେଳବାଇ, ଉଚ୍ଚଶିକ୍ଷା, ସ୍ୱାସ୍ଥ୍ୟସେବା, ଦକ୍ଷତା ବିକାଶ ଏବଂ ଗ୍ରାମୀଣ ଗୃହ ନିର୍ମାଣ ସମେତ ବିଭିନ୍ନ କ୍ଷେତ୍ର ସହ ଜଡ଼ିତ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି । ତେବେ ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସ ନେତା ସୁର ରାଉତରାୟ ।

Recommended Videos