Banakalagi niti of Lord Jagannath: ମହାପ୍ରଭୁଙ୍କ ବନକଲାଗି ନିତି ପାଇଁ ବନ୍ଦ ରହିବ ଦର୍ଶନ

ପ୍ରିୟମ୍ବଦା ରଣା Wed, 31 Jan 2024-12:15 pm,

ଆଜି ପବିତ୍ର ମାଘମାସ କୃଷ୍ଣପକ୍ଷ ପଞ୍ଚମୀ ତିଥିରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ବନକଲାଗି ନିତି । ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନ ସାମଗ୍ରୀରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଆଦି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ ।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link