Weather Report: ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା, ନାକେଦମ୍ କରିବ କାଳବୈଶାଖୀ! ଜାଣନ୍ତୁ ଆଜିର ପାଣିପାଗ ରିପୋର୍ଟ..

ପ୍ରିୟମ୍ବଦା ରଣା Tue, 19 Mar 2024-5:52 pm,

Weather Report: ଦୁଇ ଦିନ ରାଜ୍ୟରେ କାଳବୈଶାଖୀ ନେଇ ସତର୍କ କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଜୁଳି ଘଡ଼ଘଡ଼ି ସହ ବର୍ଷା ନାକେଦମ୍ କରିବ କାଳବୈଶାଖୀ । କାଳବୈଶାଖୀ ପ୍ରଭାବରେ ବର୍ଷା, ପବନ ଓ ବଜ୍ରପାତ ହେବାର ଆଶଙ୍କା ରହିଛି । କିଛି ଜିଲ୍ଲାରେ ୩୦ରୁ ୫୫ କିଲୋମିଟର ପର୍ଯ୍ୟନ୍ତ ପବନ ବହିପାରେ । ଆଜି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୪ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା ମଧ୍ୟ ହେବାର ସମ୍ଭାବନା ରହିଛି।

ZEE ODISHA TRENDING STORIES

By continuing to use the site, you agree to the use of cookies. You can find out more by Tapping this link