Weather Report: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଏବେ ଲଗାତାର ବର୍ଷା ଲାଗି ରହିଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର। ରାଜ୍ୟର ଉତ୍ତର ଆଭ୍ୟନ୍ତରୀଣ ସହ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପୂର୍ଣ୍ଣିବଳୟ ଲଘୁଚାପ ପ୍ରଭାବରେ ଆସନ୍ତା ୨୪ଘଣ୍ଟାରେ ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହେବା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।ଏ ନେଇ ଶୁକ୍ରବାର ଅକ୍ଟୋବର ୩ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ୭ ଜିଲ୍ଲା ପାଇଁ ରେଡ୍ ଆଲର୍ଟ, ୧୬ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଓ ୭ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।