Weather Report: ଅସହ୍ୟ ଖରା,ଗରମରୁ ରାଜ୍ୟବାସୀଙ୍କୁ ଆଶ୍ୱସ୍ତି ଦେଇଛି କାଳବୈଶାଖୀ ବର୍ଷା। ଦିନରେ ଖରା, ଅପରାହ୍ନରେ କାଳବୈଶାଖୀ ବର୍ଷା ଦେଖିବାକୁ ମିଳିଛି। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଏଭଳି ପାଗ ଲାଗି ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆଗାମୀ  ୧୨ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡି ସାଙ୍ଗକୁ ବର୍ଷା ନେଇ ଓ୍ବାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ବର୍ତ୍ତମାନ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଜାରି ରହିଛି।



COMMERCIAL BREAK
SCROLL TO CONTINUE READING

ଆଜି ଅର୍ଥାତ ଶୁକ୍ରବାର ରାଜ୍ୟର ୨୪ଟି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ହେବା ନେଇ ପୂର୍ବାନୂମାନ କରିଛି ପାଣିପାଗ ବିଭାଗ। ଏହିସବୁ ଜିଲ୍ଲାମାନଙ୍କରେ ବିଜୁଳି ଘଡଘଡି ସହିତ ବର୍ଷା ହେବା ସହ ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।ସମୁଦ୍ରରୁ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ସ୍ଥଳଭାଗକୁ ଆସୁଥିବା ଯୋଗୁଁ ବର୍ଷା ହେଉଥିବା ନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା। ଆଜିଠୁ ୧୨ ତାରିଖ ଯାଏ ଉତ୍ତର ଉପକୂଳ ସଂଲଗ୍ନ ଅଞ୍ଚଳରେ ବର୍ଷା ହେବା ନେଇ ସମ୍ଭାବନା ଥିବା କହିଛି ବିଭାଗ। 



ଆଜି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ୯, ୧୦, ୧୧ ତାରିଖ ପାଇଁ ୟେଲୋ ୱାର୍ଣିଂ ଜାରି କରାଯାଇଛି। ଆଜି ଟୁଇନ ସିଟି କଟକ ଓ ଭୁବନେଶ୍ୱରରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି।