Rain in Odisha: ଆସନ୍ତାକାଲି ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏହି ଲଘୁଚାପ(Low pressure) ଅବପାତର ରୂପ ନେବ।ଏହାର ପ୍ରଭାବରେ ୧୫ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୂମାନ କରିଛି ପାଣିପାଗ ବିଭାଗ। ସେପଟେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବନୂମାନ କରାଯାଇଛି।


COMMERCIAL BREAK
SCROLL TO CONTINUE READING

ଏହାର ପ୍ରଭାବରେ ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି(Malkangiri), କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବାଲେଶ୍ବର, ଭଦ୍ରକ(Bhadrak), ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ରେ ମଧ୍ୟମ ଧରଣର ବର୍ଷା ହେବ । ଉପକୂଳ ଓଡିଶାର ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା(Kendrapara), ଯାଜପୁର, ଅନୁଗୁଳ, ଢେଙ୍କାନାଳ(Dhenkanal) ଏବଂ ନୟାଗଡ଼ରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ୧୬ ତାରିଖ, ୧୭ ଏବଂ ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ପ୍ରକୋପ ଜାରି ରହିବ । ତେଣୁ ଅମଳ ଯୋଗ୍ୟ ହୋଇଥିବା ଧାନକୁ ଚାଷୀ ଯଥା ସମ୍ଭବ ସୁରକ୍ଷିତ ସ୍ଥାନକୁ ନେଇଯିବାକୁ ଆଗୁଆ ସତର୍କ କରାଇଛି ପାଣିପାଗ ବିଭାଗ।


 ସେପଟେ ଆସନ୍ତା ୪ଦିନ ଯାଏଁ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନଥିବା ଜଣାପଡ଼ିଛି। ତେବେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ମଙ୍ଗଳବାର ସୁଦ୍ଧା ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ପ୍ରଭାବରେ ୧୫ ନଭେମ୍ବରଠୁ ଦକ୍ଷିଣ ଓଡ଼ିଶାରେ(Southern part of Odisha) ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ଏବଂ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।


Also Read: Surya Gochar 2023: ବିଛା ରାଶିରେ ସୂର୍ଯ୍ୟଙ୍କ ଚଳନ, ଏହି ରାଶିଙ୍କ ପାଇଁ ଧନ ପ୍ରାପ୍ତିର ସୁଯୋଗ...