Weather Update: ୨୪ ଘଣ୍ଟାରେ ବଡ଼ ବର୍ଷା, ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି
Advertisement
Article Detail0/zeeodisha/odisha2397370

Weather Update: ୨୪ ଘଣ୍ଟାରେ ବଡ଼ ବର୍ଷା, ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

Weather Update: ରାଜ୍ୟରେ ସକ୍ରିୟ ରହିଛି ମୌମୁମୀ ବାୟୁ। ଏ-ନେଇ ଜାରି ରହିଛି ବର୍ଷା। ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ତାଜା ସୂଚନା ଅନୁସାରେ,  ଆଜିଠାରୁ ରାଜ୍ୟରେ ତିନିଦିନ ଯାଏଁ ବର୍ଷା ସମ୍ଭାବନା ରହିଛି। କାହିଁକିନା ବାଲେଶ୍ବର- ପଶ୍ଚିମବଙ୍ଗ ଓ ଝାରଖଣ୍ତ ଉପରେ  ଏକ ଘୂର୍ଣ୍ଣିବଳୟ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ଆଜିଠୁ ପ୍ରବଳ ବର୍ଷିବ। 

ALSO READ: Today Horoscope: ଏହିସବୁ ରାଶିଙ୍କ ପାଇଁ ଶୁଭ ରହିବ ଆଜିର ଦିନ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶନିବାର?

୨୫ ଓ ୨୬ ତାରିଖରେ ମଧ୍ୟ ଝଡିବର୍ଷା ସମ୍ଭାବନା ରହିଛି। ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି ।  ସେହି ଜିଲ୍ଲା ଗୁଡିକ ହେଲା, ମୟୂରଭଂଜ ,  କେନ୍ଦୁଝର, ସମ୍ବଲପୁର,  ଢେଙ୍କାନାଳ, ଅନୁଗୁଳ ଓ ସୁନ୍ଦରଗଡ।  ସେହିପରି,  କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର,ନୂଆପଡା, ବରଗଡ଼, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। 

ସେହିପରି , ୨୫ ତାରିଖରେ ପ୍ରବଳ ବର୍ଷା ନେଇ ଦେବଗଡ ,କେନ୍ଦୁଝର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏବଂ ରାଜ୍ୟରେ ୨୬ ତାରିଖ ପରଠୁ ଧିରେ ଧିରେ ବର୍ଷାର ପରିମାଣ କମିବ।  ୨୯ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ବିଭାଗ ପକ୍ଷରୁ କୁହାଯାଇଛି।