Weather Update: ରାଜ୍ୟକୁ ପୁଣି ଫେରିଛି ତାତି। ଲଗାତର ୪ ଦିନ ଥଣ୍ତା ପାଗ ରହିବା ପରେ ଶନିବାର ଠାରୁ ରାଜ୍ୟରେ ତାତି ସାମାନ୍ୟ ବୃଦ୍ଧି ପାଇଛି।  ୧୦ ସହରର ତାପମାତ୍ରା ୩୮ ଡିଗ୍ରୀ ଉପରେ ରେକର୍ଡ ହୋଇଛି । ଗତ ୨୪ଘଣ୍ଟାରେ ରାଜ୍ୟରେ ପାଗ ମୁଖ୍ୟତ ପାଗ ଶୁଖିଲା ରହିବା ସହ ପାରଳାଖେମୁଣ୍ଡି ରେ ସର୍ବୋଚ୍ଚ ଦିନ ତାପମାତ୍ରା ୪୦.୫ ଡ଼ିଗ୍ରୀ ରେକର୍ଡ କରାଯାଇଛି । ବର୍ତ୍ତମାନ ବାୟୁମଣ୍ଡଳର ନିମ୍ନ ଭାଗରେ ରାଜ୍ୟକୁ ପଶ୍ଚିମ ତଥା ଉତ୍ତରପଶ୍ଚିମ ଦିଗରୁ ଶୁଷ୍କ ବାୟୁ ପ୍ରବେଶ କରୁଛି । ତଥା ସୂର୍ଯ୍ୟ କିରଣର ତୀବ୍ରତା ବୃଦ୍ଧି ପାଉଥିବାରୁ ଆଗାମୀ ୪ ରୁ ୫ ଦିନ ମଧ୍ୟରେ ରାଜ୍ୟରେ ଅନେକ ସ୍ଥାନରେ ଦିନ ତାପମାତ୍ରା ଧୀରେ ଧୀରେ ୪ ରୁ ୬ ଡ଼ିଗ୍ରୀ ଯାଇଁ ବୃଦ୍ଧି ହେବାର ସମ୍ଭାବନା ରହିଛି ।


COMMERCIAL BREAK
SCROLL TO CONTINUE READING

 



ଆଗକୁ ତାତି ବଢିବ। ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ୪୦ ଡ଼ିଗ୍ରୀ ରେକର୍ଡ ହେବା ସହ ୧୭ ରୁ ୨୦ ତାରିଖ ମଧ୍ୟରେ କିଛି ଜିଲ୍ଲାରେ ୪୩ ରୁ ୪୫ଡ଼ିଗ୍ରୀ ଯାଏଁ ତାପମାତ୍ରା ରେକର୍ଡ ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଆଗାମୀ ୫ ଦିନ ଯାଏଁ ଗ୍ରୀଷ୍ମ ପ୍ରବାହ ପାଇଁ ଚେତାବନୀ ଜାରି କରାଯାଇଛି । ଆଗାମୀ ୨୪ ଘଣ୍ଟା ଯାଏଁ ସମ୍ପୂର୍ଣ ଉତ୍ତର ଉପକୂଳ ଓଡ଼ିଶାରେ (Humid Heat) ହିମ୍ୟୁଡିଟି ହଟ୍ ସ୍ଥିତି ରହିବା ସହ କିଛି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ରହିଛି।