Odisha Weather Today: ଆଉ ୨୪ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବ ଲଘୁଚାପ।ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଗାଙ୍ଗେଟିକ୍ ପଶ୍ଚିମବଙ୍ଗ ଉପକୂଳ ରେ ହେବ ଅବପାତ।ପରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ଅବପାତ।ଗାଙ୍ଗେଟିକ୍ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା, ଝାଡଖଣ୍ଡ  ଦେଇ ଛତିଶଗଡ଼ ମୁହାଁ ହେବ।ପ୍ରଭାବରେ ୧୦ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାକୁ ଯାଉଛି । ତେବେ ଏହାର ପ୍ରଭାବରେ ସମସ୍ତ ଉପକୂଳ ଜିଲ୍ଲାମାନଙ୍କରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା। ବିଶେଷକରି ପୁରୀ, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡା, ଖୋର୍ଦ୍ଧା, କଟକ ଏବଂ ଯାଜପୁର ଜିଲ୍ଲାର କିଛି ଅଞ୍ଚଳରେ ବର୍ଷା ହେବ।

 

 


ସେହିପରି ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

 


କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୯ ତାରିଖରେ କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି, ଓ କଳାହାଣ୍ଡି ଜିଲ୍ଲାରେ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୧୦ ତାରିଖରେ ୯ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।