Odisha Weather: ଆଜି ଏହି ସବୁ ଜିଲ୍ଲାରେ ବର୍ଷା ହେବା ନେଇ ଆଲର୍ଟ ଜାରି କଲା ପାଣିପାଗ ବିଭାଗ
Advertisement
Article Detail0/zeeodisha/odisha2112751

Odisha Weather: ଆଜି ଏହି ସବୁ ଜିଲ୍ଲାରେ ବର୍ଷା ହେବା ନେଇ ଆଲର୍ଟ ଜାରି କଲା ପାଣିପାଗ ବିଭାଗ

Odisha Weather: ଆଜି ଓଡି଼ଶାର କିଛି ଜିଲ୍ଲାରେ ହାଲୁକା ବର୍ଷା ହେବର ସମ୍ଭାବନା ରହିଛି । ଉତ୍ତର ଓଡ଼ିଶା ସମେତ ମୟୂରଭଞ୍ଜ,କେନ୍ଦୁଝର, ଦେବଗଡ଼, ସମ୍ବଲପୁର,ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଆଦି ୬ଟି ଜିଲ୍ଲାରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି।

ଗତ କାଲି ରାଜ୍ୟର କିଛି ସ୍ଥାନରେ ସକାଳୁ କୁହୁଡି ଓ ଦିନରେ ହାଲୁକା ଗରମ ଅନୁଭୂତ ହୋଇଥିବା ବେଳେ ଆଜି କିଛି କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଓ ଆଉ କିଛି ସ୍ଥାନରେ କୁହୁଡ଼ି ନେଇ ସୂଚନା ଦେଇଛି ପାଣିପାଗ ବିଭାଗ। ଗତ ୨ଦିନ ହେଲା କିଛି ଜିଲ୍ଲାରେ ୩୦ ଡିଗ୍ରୀ ଉପରେ ତାପମାତ୍ରା ରହିଥିବା ଦେଖିବାକୁ ମିଳିଥିଲା।

ସୂଚନା ଅନୁସାରେ, ଫେବୃଆରୀ ପ୍ରଥମ ସପ୍ତାହରୁ ରାଜ୍ୟରେ ଶୀତ ଗାଏବ ହୋଇଯାଇଛି। ଉପକୂଳ ଓଡି଼ଶାରେ ରାତିର ତାପମାତ୍ରା ଯେତିକି ରହିବା କଥା ତା ଠାରୁ ୨ ରୁ ୫ ଡିଗ୍ରୀ ଅଧିକ ଅଛି। ଆଭ୍ୟନ୍ତରୀଣ ଓଡି଼ଶାରେ ରାତି ତାପମାତ୍ରା ସ୍ବାଭାବିକ ଠାରୁ ୩ରୁ ୭ ଡିଗ୍ରୀ ଯାଏଁ ଅଧିକ ରହିଛି।  ସ୍ଥିତି ଏମିତି ଯେ, ଫେବୃଆରୀ ଆରମ୍ଭରୁ ହିଁ ଏସି, ଫ୍ୟାନ୍ ବିନା ରହି ହେଉନି। ବାହାରେ ଖରା ବାଧିଲାଣୀ। ଲାଗୁଛି ଯେମିତି ମାର୍ଚ୍ଚ ମାସ ଆସିଗଲା। ସାଧାରଣତଃ ଫେବୃଆରୀ ତୃତୀୟ ସପ୍ତାହରୁ ହିଁ ଗରମ ଧିରେ ଧିରେ ବଢିଥାଏ। ମାତ୍ର ଏଥର ପ୍ରଥମ ସପ୍ତାହରୁ ହିଁ ସ୍ଥିତି ଅସ୍ବାଭବିକ ହେଲାଣୀ।