Aajira Panipaga: ଏହି ସ୍ଥାନରେ ବର୍ଷା ସମ୍ଭାବନା, ଆଲର୍ଟ ଜାରି କଲା ପାଣିପାଗ ବିଭାଗ...
Aajira Panipaga: ବଙ୍ଗୋପସାଗରରେ ସକ୍ରିୟ ଅବପାତ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। କୋହଲା ପାଗ ସାଙ୍ଗକୁ ଲଗାଣ ବର୍ଷା ଲୋକଙ୍କୁ ନାହିଁନଥିବା ଅସୁବିଧାରେ ପକାଇଛି।
Aajira Panipaga: ବଙ୍ଗୋପସାଗରରେ ସକ୍ରିୟ ଅବପାତ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। କୋହଲା ପାଗ ସାଙ୍ଗକୁ ଲଗାଣ ବର୍ଷା ଲୋକଙ୍କୁ ନାହିଁନଥିବା ଅସୁବିଧାରେ ପକାଇଛି।
ତେବେ ପାଣିପାଗ ବିଭାଗ ତରଫରୁ ରାଜ୍ୟବାସୀଙ୍କୁ ମିଳିଛି ଆଶ୍ୱସ୍ତି କଲା ଭଳି ଖବର। ରବିବାର ତଥା ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବହୁ ମାତ୍ରାରେ କମିଯିବାର ସମ୍ଭାବନା ରହିଛି।
ଏହି ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ମନୋରମା ମହାନ୍ତି।
ଅଦିନିଆ ବର୍ଷା କାରଣରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଚାଷ ନଷ୍ଟ ହୋଇଯାଇଛି। ଯାହାକୁ ନେଇ ଚିନ୍ତାରେ ପଡିଛନ୍ତି ଚାଷୀ।
ଆଜି ମଧ୍ୟ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡିକ ହେଲା, ମାଲକାନାଗିରି, ରାୟଗଡ଼ା, ଗଞାମ, ଗଜପତି ଓ କୋରାପୁଟ। ଏହିସବୁ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।
ସେପଟେ ଆଗାମୀ ୨୪ ଘଣ୍ଟା ଯାଏଁ ରାଜ୍ୟରେ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି। ବିଶେଷ କରି କେନ୍ଦୁଝର, ଝାରସୁଗୁଡ଼ା, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା(Rayagarh) ଓ କୋରାପୁଟ ଜିଲ୍ଲାର କିଛି କିଛି ସ୍ଥାନରେ ଘନ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।