Advertisement
Photo Details/zeeodisha/odisha2693008
photoDetails0hindi

Aajira Panipaga: ବିଜୁଳି-ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ଏହି ୧୩ ଜିଲ୍ଲା ପାଇଁ ଆଲର୍ଟ ଜାରି...

Aajira Panipaga: ରାଜ୍ୟରେ ଜାରି ରହିଛି କାଳବୈଶାଖି। ବିଭିନ୍ନ ସ୍ଥାନରେ ଧୂଳିଝଡ଼ ସହ ବର୍ଷା ପବନ ଓ କୂଆପଥର ମାଡ଼ ଦେଖିବାକୁ ମିଳିଛି। ଆଜି ମଧ୍ୟ ଅନେକ ସ୍ଥାନରେ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି। 

1/5

ମଙ୍ଗଳବାର ଉପକୂଳ ଓଡ଼ିଶାରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।  ସେପଟେ ରବିବାର କାଳବୈଶାଖୀ ପ୍ରଭାବରେ ସାରା ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି।

2/5

ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। 

 

3/5

ସୋମବାର ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି। ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ନେଇ ୧୩ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।

4/5

 ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତିରେ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି। 

5/5

ସେପଟେ ଆଜିଠାରୁ କିଛି କିଛି ସ୍ଥାନରେ ତାତି କ୍ରମଶଃ ଉପରମୁହାଁ ହେବା ନେଇ ମଧ୍ୟ ଆକଳନ କରିଛି ବିଭାଗ। ୪ରୁ ୫ ଦିନରେ ଦିନ ତାପମାତ୍ରା ୪ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ରାତି ତାପମାତ୍ରା ବି ୨ରୁ ୩ ଡିଗ୍ରୀ ବଢ଼ିବ।

;