Weather Update: ରାଜ୍ୟର କେତେକ ସ୍ଥାନରେ ବର୍ଷା ଲାଗିରହିଛି । ଫଳରେ ଜନଜୀବନ ପ୍ରଭାବିତ ହୋଇଛି ।
IMD Weather Alert: ଆଗାମି କିଛି ଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।
1/10ଆଜି ସକାଳ ୮ଟା ୩୦ ପର୍ଯ୍ୟନ୍ତ କେନ୍ଦୁଝର ଏବଂ ସୁନ୍ଦରଗଡ ଜିଲ୍ଲାକୁ ଅତି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।
2/10ମୟୂରଭଞ୍ଜ, ଅନୁଗୋଳ, ଦେବଗଡ, ସମ୍ୱଲପୁର, ସୁନ୍ଦରଗଡ ଏବଂ ବରଗଡ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।
3/10ଏହା ବ୍ୟତୀତ ଅନ୍ୟ ସମସ୍ତ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
4/10ସେପ୍ଟେମ୍ୱର ୧ରୁ ୨ ତାରିଖ ମଧ୍ୟରେ ବରଗଡ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ହୋଇପାରେ । ଏହି ସ୍ଥାନକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।
5/10ସେହିପରି, ନୂଆପଡା, ବଲାଙ୍ଗିର, ସୋନପୁର, ସମ୍ୱଲପୁର, ଝାରସୁଗୁଡା ଏବଂ ସୁନ୍ଦରଗଡ ଜିଲ୍ଲାକୁ ପ୍ରବଳ ବର୍ଷା ସହ ବଜ୍ରପାତ ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି ।
6/10ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ସ୍ଥାନରେ ୧୨ରୁ ୨୦ ସେମି ଏବଂ ୟେଲୋ ଆଲର୍ଟ ଜାରି କରାଯାଇଥିବା ସ୍ଥାନରେ ୭ରୁ ୧୧ ସେମି ବର୍ଷା ହୋଇପାରେ ।
7/10ଏହା ବ୍ୟତୀତ ଅନୁଗୋଳ, ଦେବଗଡ, କେନ୍ଦୁଝର, ଢେଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରପଡା, ଭଦ୍ରକ, ଯାଜପୁର, ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲ୍ଲାକୁ ବଜ୍ରପାତ ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି ।
8/10ସେପ୍ଟେମ୍ୱର ୨ରୁ ୩ ତାରିଖ ମଧ୍ୟରେ ବରଗଡ ଜିଲ୍ଲାକୁ ପ୍ରବଳ ବର୍ଷା ଏବଂ ବଜ୍ରପାତ ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି ।
9/10ଏହା ବ୍ୟତୀତ, ସମ୍ୱଲପୁର, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ, ଗଞ୍ଜାମ ଏବଂ ଗଜପତି ଜିଲ୍ଲାକୁ ବଜ୍ରପାତ ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି ।
10/10ଏହିସବୁ ଜିଲ୍ଲା ଗୁଡିକରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୫୦ କିମି ମଧ୍ୟରେ ରହିପାରେ ।