Heavy Rain in Odisha: ରାଜ୍ୟରେ ଲାଗି ରହିଛି କାଳବୈଶାଖୀ ବର୍ଷା। ଦିନରେ ଖରା ଗୁଳୁଗୁଳି ଦେଖିବାକୁ ମିଳୁଥିବା ବେଳେ ଅପରାହ୍ଣ ବିଜୁଳି-ଘଡ଼ଘଡ଼ି ସହ ବର୍ଷା ପବନ ଦେଖିବାକୁ ମିଳୁଛି। ଅନେକ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଦେଖିବାକୁ ମିଳିଛି।
ଆଜି ୨୦ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଓ ୭ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ। ଆସନ୍ତା କାଲି ୧୬ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।
ୟେଲୋ ଆଲର୍ଟ ଜାରି କରାଯାଇଥିବା ୧୬ ଜିଲ୍ଲା ହେଉଛି ଢେଙ୍କାନାଳ, ଜଗତସିଂହପୁର, ଦେବଗଡ଼, କଟକ, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, କୋରାପୁଟ ଓ ମାଲକାନାଗିରି।
ୟେଲୋ ଆଲର୍ଟ ଜାରି ହୋଇଥିବା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସହ ୪୦-୫୦ କିମି ବେଗରେ ପବନ ବହିବା ନେଇ ବିଭାଗ ତରଫରୁ ଆଲର୍ଟ ଜାରି କରାଯାଇଛି।
ସେପଟେ ବର୍ଷା ପ୍ରଭାବରେ ରାଜ୍ୟରେ ତାତି ହ୍ରାସ ପାଇଥିବା ଦେଖିବାକୁ ମିଳିଛି।
ट्रेन्डिंग फोटोज़