Rain Alert in Odisha: ଉତ୍ତର-ପୂର୍ବ ଭାରତରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୂଳ ରହିଛି। ଗତ ଦୁଇ ଦିନ ହେବ ରାଜ୍ୟରୁ ବର୍ଷାର ପରିମାଣ କମିବାରେ ଲାଗିଛି।
ଏ ନେଇ ମଙ୍ଗଳବାର ଅକ୍ଟୋବର ୧୪ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ୧୭ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।
ୟେଲୋ ଆଲର୍ଟ ଜାରି କରାଯାଇଥିବା କୋରାପୁଟ, ରାୟଗଡ଼ା, ମାଲକାନାଗିରି, କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, ସୋନପୁର, ବୌଦ୍ଧ, ଗଞ୍ଜାମ, ଗଜପତି, ପୁରୀ, ବୌଦ୍ଧ, ନୟାଗଡ଼, କଟକ, ଖୋର୍ଦ୍ଧା, ଜଗତସିଂପୁର।
ଆଲର୍ଟ ଜାରି ହୋଇଥିବା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ ୪୦-୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।
ଉତ୍ତର-ପୂର୍ବ ଭାରତରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୂଳ ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ट्रेन्डिंग फोटोज़