Rain in Odisha: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଏବେ ଲଗାତାର ବର୍ଷା ଲାଗି ରହିଛି। ରାଜ୍ୟ ଉପରେ ଏବେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।
ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ଆଶଙ୍କା ମଧ୍ୟ ରହିଛି।
ଏ ନେଇ ଶନିବାର ଅକ୍ଟୋବର ୧୧ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ୨୦ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।
ୟେଲୋ ଆଲର୍ଟ ଜାରି କରାଯାଇଥିବା କୋରାପୁଟ, ରାୟଗଡ଼ା, ମାଲକାନାଗିରି, କନ୍ଧମାଳ, ଗଞ୍ଜାମ, ଗଜପତି, ପୁରୀ, ବୌଦ୍ଧ, ଅନୁଗୁଳ, ନୟାଗଡ଼, କଟକ, ଖୋର୍ଦ୍ଧା, ଜଗତସିଂପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ବାଲେଶ୍ୱର, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ।
ଆଲର୍ଟ ଜାରି ହୋଇଥିବା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ ୪୦-୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।
ସେପଟେ ପଟେ ଆସନ୍ତା ୨୨ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ନେଇ ଆଶଙ୍କା ରହିଛି। ଏହି ଲଘୁଚାପ ଅଧିକ ଶକ୍ତିଶାଳୀ ହୋଇପାରେ ବୋଲି ପ୍ରାକ୍ ଆକଳନ କରାଯାଉଛି।
ट्रेन्डिंग फोटोज़