Rain in Odisha: ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା। ଦିନରେ ଖରା ଗୁଳୁଗୁଳି ଦେଖିବାକୁ ମିଳୁଥିବା ବେଳେ ଅପରାହ୍ନ ପରେ ଘୋଟି ଆସୁଛି କଳା ବାଦଲ ବର୍ଷା। ଅନେକ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଦେଖିବାକୁ ମିଳିଛି।
ଆଜି ଅର୍ଥାତ ୧୫ ଏପ୍ରିଲରେ ପ୍ରବଳ ବର୍ଷା ଓ ବିଜୁଳି ଘଡ଼ିଘଡ଼ି ନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଆସନ୍ତା କାଲି ଅର୍ଥାତ ୧୬ ଏପ୍ରିଲ୍ ପାଇଁ ୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।
ଏହି ୭ ଜିଲ୍ଲା ହେଉଛି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଗଞ୍ଜାମ, ଗଜପତି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।
ସେହିପରି ୧୭ ତାରିଖ ପାଇଁ ମଧ୍ୟ ୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।
୧୭ ଏପ୍ରିଲରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ରାୟଗଡ଼ା, ମାଲକାନାଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରିଛି ବିଭାଗ।
ଏହି ସବୁ ସ୍ଥାନମାନଙ୍କରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ପବନ ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି।
ट्रेन्डिंग फोटोज़