Odisha Weather: ଓଡ଼ିଶାରେ ପାଣିପାଗରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ବଙ୍ଗୋପସାଗରରେ ସକ୍ରିୟ ଗୁରୁଚାପ ବଳୟ ପ୍ରଭାବରେ ଉପକୂଳ ଓଡିଶା(Costal Odisha) ସମେତ ଉତ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକରେ କୋହଲା ପାଗ ଲାଗିରହିଛି। ଏଥି ସହ ରାଜ୍ୟର କିଛି ଜିଲ୍ଲାରେ ହାଲୁକା ବର୍ଷା ହେଉଥିବାର ମଧ୍ୟ ଦେଖିବାକୁ ମିଳିଛି। ତାପମାତ୍ରା କୌଣସି ପରିବର୍ତ୍ତନ ଦେଖା ଦେଇ ନଥିବା ବେଳେ ଘନ କୁହୁଡ଼ି ସହ ଥଣ୍ଡା ଅନୁଭୂତ ହେଉଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ପ୍ରଭାବ ଲାଗି ରହିବା ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ। ଦୃଶ୍ୟମାନର ଦୂରତା ୨୦୦ ମିଟର ତଳକୁ ଖସି ଆସିବ। ତାହାକୁ ନଜରରେ ରଖି ୧୫ରୁ ଅଧିକ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ(Yello Warning) ଜାରି ହୋଇଛି।



COMMERCIAL BREAK
SCROLL TO CONTINUE READING

ଏଥିସହ ୨୨ ତାରିଖ ପର୍ଯ୍ୟନ୍ତ ଦୁର୍ଘଟଣା ଏଡ଼ାଇବା ଦିଗରେ ପଦକ୍ଷେପ ନେବାକୁ ସ୍ବତନ୍ତ୍ର ରିଲିଫ୍ କମିସନର(SRC)ଙ୍କ ପକ୍ଷରୁ ଜିଲ୍ଲାପାଳ ଓ ଏସ୍‌ପିମାନଙ୍କୁ କୁହାଯାଇଛି। ୨୦ ତାରିଖ ସକାଳ ପର୍ଯ୍ୟନ୍ତ କନ୍ଧମାଳ, ନୟାଗଡ଼(Nayagarh), ଖୋର୍ଦ୍ଧା, ଗଞ୍ଜାମ, କଳାହାଣ୍ଡି(Kalahandi), ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ(Boudh), କଟକ, ଢେଙ୍କାନାଳ, ଅନୁଗୁଳ(Anugul) ଓ ୨୧ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା(Kendrapara), କଟକ(Cuttack), ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ସୋନପୁର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ ଜିଲ୍ଲାରେ ଘନ କୁହୁଡ଼ି ପରିଲକ୍ଷିତ ହେବା ନେଇ ପାଣିପାଗ ବିଭାଗ ତରଫରୁ ସୂଚନା ମିଳିଛି। ରାତିର ସର୍ବନିମ୍ନ ତାପମାତ୍ରାରେ ସେଭଳି କୌଣସି ପରିବର୍ତ୍ତନ ହେବ ନାହିଁ। ୨୩ ତାରିଖ ବେଳକୁ ଉପକୂଳ ଓଡ଼ିଶାର ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବା ସମ୍ଭାବନା ରହିଛି।


Also Read: Odisha Weather: ଓଡ଼ିଶାରେ ବଦଳିଲା ପାଣିପାଗ, ଏହି ସବୁ ଜିଲ୍ଲାରେ ବର୍ଷା...