ଭୁବନେଶ୍ୱର: ଆସନ୍ତା ୫ ତାରିଖରୁ ରାଜ୍ୟରେ ପୁଣି ଥରେ ବଢିବ ବର୍ଷାର ପରିମାଣ। ଦକ୍ଷିଣ ଓଡ଼ିଶା ସମେତ ଆନ୍ଧ୍ର ପ୍ରଦେଶର, ଦକ୍ଷିଣ ଛତିଶଗଡ଼ରେ ମଧ୍ୟ ବର୍ଷାର ପରିମାଣ ବଢିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ସେପଟେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିଥିବା ପାଣିପାଗ ବିଭାଗ ସୂଚନା ପ୍ରଦାନ କରିଛି। ଏହା ପ୍ରଭାବରେ
Trending Photos
Weather Updates: ଭୁବନେଶ୍ୱର: ଆସନ୍ତା ୫ ତାରିଖରୁ ରାଜ୍ୟରେ ପୁଣି ଥରେ ବଢିବ ବର୍ଷାର ପରିମାଣ। ଦକ୍ଷିଣ ଓଡ଼ିଶା ସମେତ ଆନ୍ଧ୍ର ପ୍ରଦେଶର, ଦକ୍ଷିଣ ଛତିଶଗଡ଼ରେ ମଧ୍ୟ ବର୍ଷାର ପରିମାଣ ବଢିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ସେପଟେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିଥିବା ପାଣିପାଗ ବିଭାଗ ସୂଚନା ପ୍ରଦାନ କରିଛି। ଏହା ପ୍ରଭାବରେ ଆନ୍ଧ୍ରପ୍ରଦେଶ ଓ ତେଲଙ୍ଗାନାରେ ବର୍ଷା ଲାଗି ରହିଛି। ଫଳରେ ଏହି ଦୁଇ ରାଜ୍ୟରେ ମୋଟ ୨୦ ଜଣଙ୍କ ଜୀବନ ହାନୀ ଘଟିଥିବା ଦେଖିବାକୁ ମିଳିଛି।
Warning for Day-1 & Day-5 :
Day-2 to Day-4: No Warning pic.twitter.com/Gqg7PMifr0— Meteorological Centre, Bhubaneswar (@mcbbsr) September 1, 2024
ସେପଟେ ଓଡ଼ିଶାର ମାଲକାନଗିରି ଜିଲ୍ଲାରେ ମଧ୍ୟ ବର୍ଷାର ପ୍ରଭାବ ପଡ଼ିଛି। ଗତକାଲି ସକାଳଠାରୁ ଆଜି ପୂର୍ବାହ୍ନ ମଧ୍ୟରେ ମାଲକାନଗିରି ଜିଲ୍ଲାର ପଡ଼ିଆରେ ସର୍ବାଧିକ ୧୪୦ ମିମି ବର୍ଷା ହୋଇଛି। ସୋମବାର ଯାଏଁ ମାଲକାନଗିରି ଓ କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପରବର୍ତ୍ତୀ ତିନି ଦିନ ଓଡ଼ିଶାରେ ସେଭଳି ବର୍ଷା ନ ଥିବା ବେଳେ ୫ ତାରିଖଠାରୁ ପୁଣି ବର୍ଷା ବଢ଼ିବ। ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, କଟକ ଓ ପୁରୀ ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।
ସେହିପରି ଦିଲ୍ଲୀ ଓ ଏହାର ଆଖପାଖ ଅଞ୍ଚଳକୁ ମୌସୁମୀ ପୁଣି ଥରେ ଫେରିଛି। ଦିଲ୍ଲୀ ଓ ଏହାର ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ସୋମବାର ଦିଲ୍ଲୀ ଆକାଶ ମେଘାଚ୍ଛନ ରହିଥିଲା। ଏହି ସମୟରେ ଆସନ୍ତା ଚାରି ଦିନ ପାଇଁ ଦିଲ୍ଲୀ-ଏନସିଆରରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ହାଲୁକା ଏବଂ ମଧ୍ୟମ ଧରଣର ବର୍ଷା ପାଇଁ ପାଣିପାଗ ବିଭାଗ ୟେଲୋ ଆଲର୍ଟ ଜାରି କରିଛି। ଗୁରୁବାର ପର୍ଯ୍ୟନ୍ତ ଦିଲ୍ଲୀ-ଏନସିଆରରେ ବର୍ଷା ଜାରି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ କହିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ କୌଣସି ବର୍ଷା ରେକର୍ଡ ହୋଇନାହିଁ। କିନ୍ତୁ ୨ ସେପ୍ଟେମ୍ବର ସକାଳେ ଦିଲ୍ଲୀର ଆକାଶରେ ମେଘର ଉପସ୍ଥିତି ଦେଖିବାକୁ ମିଳୁଛି। ପାଣିପାଗ ବିଭାଗ କହିଛି ଯେ ମୌସୁମୀ ଦକ୍ଷିଣ ଓଡ଼ିଶା, ଦକ୍ଷିଣ ଛତିଶଗଡ ଏବଂ ଉତ୍ତର ଆନ୍ଧ୍ରପ୍ରଦେଶକୁ ଆଚ୍ଛାଦନ କରୁଛି। ତେଣୁ ଏହା ଶୀଘ୍ର ଦିଲ୍ଲୀ-ଏନସିଆର ଅଞ୍ଚଳକୁ ଫେରିବ ବୋଲି ଆଶା କରାଯାଉଛି। ଏହି କାରଣରୁ ରାଜଧାନୀ ଅଞ୍ଚଳରେ ଏହି ସପ୍ତାହରେ ଅଧିକ ବର୍ଷା ହେବାର ଆଶଙ୍କା ରହିଛି।