Advertisement
Article Detail0/zeeodisha/odisha2716218
Zee OdishaWeatherWeahter Updates: ଆଜି ୭ ଜିଲ୍ଲାରେ ଝଡ଼ ବର୍ଷା

Weahter Updates: ଆଜି ୭ ଜିଲ୍ଲାରେ ଝଡ଼ ବର୍ଷା

ଭୁବନେଶ୍ଵର: କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ସୋମବାର ୭ ଜିଲ୍ଲାରେ ଝଡ଼ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି। କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର ଓ ଭଦ୍ରକରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୪୦ରୁ ୫୦ କିମି ବେଗରେ ପବନ ବି ବହିବ। ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ

Weahter Updates: ଆଜି ୭ ଜିଲ୍ଲାରେ ଝଡ଼ ବର୍ଷା

Weahter Updates: ଭୁବନେଶ୍ଵର: କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ସୋମବାର ୭ ଜିଲ୍ଲାରେ ଝଡ଼ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି। କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର ଓ ଭଦ୍ରକରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୪୦ରୁ ୫୦ କିମି ବେଗରେ ପବନ ବି ବହିବ। ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି। ଏସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାଣ୍ଡିଂ ଜାରି କରିଛି ପାଣିପାଗ ବିଭାଗ। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କଟକ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଘଡ଼ଘଡ଼ି ଓ ବର୍ଷା ସହିତ ୩୦ରୁ ୪୦ କିମି ବେଗରେ ପବନ ହୋଇପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। 

ସେହିପରି ୧୫ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି। ୪୦ରୁ ୫୦କିମି ବେଗରେ ପବନ ବି ବହିବ । କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ଵରରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସତର୍କ କରିଛି।

 

Add Zee News as a Preferred Source

୧୬ରେ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର ଓ ଭଦ୍ରକରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ଅଛି। ୧୭ ତାରିଖରେ ବି କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ହୋଇପାରେ। ସେହିପରି ପଶ୍ଚିମ ଓଡିଶାରେ ପାରଦ ୪୦ ଛୁଇଁବା ନେଇ ମଧ୍ୟ ପାଣିପାଗ ବିଭାଗ ସୂଚନା ଦେଇଛି। ବିଶେଷ କରି ଭବାନୀପାଟଣା, ଟିଟିଲାଗଡ, ବଲାଙ୍ଗୀର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବୌଦ୍ଧ ଆଦି ସ୍ଥାନରେ ପାରଦ ୪୦ ଡିଗ୍ରୀ ଛୁଇଁପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି। 

About the Author