Weather Update: ବଦଳିବ ରାଜ୍ୟର ପାଣିପାଗ ମିଜାଜ୍ । ଆଗାମୀ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେବ ଲଘୁଚାପ।
Trending Photos
)
Weather Update: ବଦଳିବ ରାଜ୍ୟର ପାଣିପାଗ ମିଜାଜ୍ । ଆଗାମୀ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେବ ଲଘୁଚାପ। ପୂର୍ବକେନ୍ଦ୍ରୀୟ ଆରବ ସାଗରରେ ସୃଷ୍ଟି ହେବ ଲଘୁଚାପ। ଉତ୍ତର କର୍ଣ୍ଣାଟକ-ଗୋଆ ଉପକୂଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ପରବର୍ତ୍ତୀ ସମୟରେ ଏହା ଉତ୍ତର ଦିଗରେ ଗତି କରିବ। ଘନୀଭୂତ ହୋଇ ଆଗାମୀ ୩୬ ଘଣ୍ଟାରେ ଅବପାତରେ ପରିଣତ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ତରଫରୁ ସୂଚନା ମିଳିଛି। ହେଲେ, ଏହି ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ କି ନାହିଁ ତାହା ସ୍ପଷ୍ଟ ହୋଇ ନାହିଁ।
ଆଗାମୀ 12ଘଣ୍ଟା ମଧ୍ୟରେ #ଲଘୁଚାପ
ପରବର୍ତୀ 36 ଘଣ୍ଟା ମଧ୍ୟରେ #ଅବପାତପୂର୍ବକେନ୍ଦ୍ରୀୟ ଆରବସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର କର୍ଣ୍ଣାଟକ -ଗୋଆ ଉପକୂଳ ଅଞ୍ଚଳରେ ବାୟୁମଣ୍ଡଳର ମଧ୍ୟ ଭାଗ ଯାଏଁ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ 12ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି pic.twitter.com/0KvdVFiQSx
— usd (@usd0705) May 21, 2025
ALSO READ: Subhadra Yojana: ଖୁସି ଖବର,ଏମାନଙ୍କୁ ମିଳିବ ଏକକାଳୀନ ତିନୋଟି କିସ୍ତିର 'ସୁଭଦ୍ରା' ଟଙ୍କା
ALSO READ: Gold Rate Today: ସୁନାଦରରେ ଅହେତୁକ ବୃଦ୍ଧି, ୭୪ ହଜାର ତଳେ ରହିଛି ଭରି ପିଛା ମୂଲ୍ୟ
ହେଲେ, ଏପଟେ, ରାଜଧାନୀରେ କୋହଲା ପାଗ ସାଙ୍ଗକୁ ଝିପି ଝିପି ବର୍ଷା ଆରମ୍ଭ ହୋଇଯାଇଛି। ଏହା ସହ ରାଜ୍ୟର ଅନେକ ସ୍ଥାନରେ ଏବେ କାଳବୈଶାଖୀ ବର୍ଷା ଜାରି ରହିଛି । ଆଜି କାଳବୈଶାଖି ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡିକ ହେଲା, ଗଂଜାମ, ଗଜପତି, ରାୟଗଡା, କୋରାପୁଟ୍, ମାଲକାନଗିରି, କନ୍ଧମାଳ, କେନ୍ଦୁଝର ଓ ମୟୂରଭଂଜ। ରାଜ୍ୟର ଆଉ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହ ୫୦ କିମି ବେଗରେ ପବନ ବହିବ।